ପୁଣି ସୁସ୍ଥ ହେଲେ ୭୬ ଜଣ କରୋନା ଆକ୍ରାନ୍ତ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କରୋନା ଭାଇରସ୍ ନେଇ ରାଜ୍ୟବାସୀଙ୍କ ପାଇଁ ପୁଣି ଏକ ବଡ଼ ଖୁସି ଖବର ଆସିଛି । ରାଜ୍ୟର ୧୫ଟି ଜିଲ୍ଲାରୁ ୭୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି । ଏଥିସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କର ସଂଖ୍ୟା ୧୧୨୬ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୭ ଜଣ, ଗଂଜାମ ଜିଲ୍ଲାରୁ ୧୬ ଜଣ, ନୟାଗଡ଼ ଜିଲ୍ଲାରୁ ୧୧ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ ଜଣ ଓ ଯାଜପୁର ଜିଲ୍ଲାରୁ ୫ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ସେହିଭଳି ବାଲେଶ୍ୱର ଓ ମୟୂରଭଂଜ ଜିଲ୍ଲାରୁ ୩ ଜଣ ଲେଖାଏଁ, ଅନୁଗୁଳ ଓ ଜଗତ୍‌ସିଂହପୁର ଜିଲ୍ଲାରୁ ୨-୨ ଜଣ, କଟକ, ଢେଙ୍କାନାଳ, ମାଲକାନଗିରି, ପୁରୀ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଅକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.