ଗଜପତିରେ ୨୦୦ରୁ ଊର୍ଦ୍ଧ୍ବ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲ୍ଲା ଗସ୍ତ କରିଛନ୍ତି । ଏହି ଅବସରରେ ଆୟୋଜିତ ଦଳୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ମୋହନା, ନୂଆଗଡ଼, ଆର୍‌ ଉଦୟଗିରି ଏବଂ ରାୟଗଡ଼ା ବ୍ଲକ ପାଇଁ ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି । ୬୬ କୋଟି ଟଙ୍କା ମୂଲ୍ୟର ୧୨୯ଟି ପ୍ରକଳ୍ପ ଉଦଘାଟନ କରିଥିବା ବେଳେ ୧୪ କୋଟି ଟଙ୍କା ମୂଲ୍ୟର ୯୮ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସ୍ଥାନୀୟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । ଏହାପରେ ମୁଖ୍ୟମନ୍ତ୍ରୀ ଜିରାଙ୍ଗ ସ୍ଥିତ ବୌଦ୍ଧ ମନ୍ଦିର ବୁଲି ଦେଖିଥିଲେ । ସେଠାରେ ପହଞ୍ଚିବା ପରେ ବୌଦ୍ଧ ଭିକ୍ଷୁ ଓ ପ୍ରଶାସନିକ ଅଧିକାରୀମାନେ ନବୀନଙ୍କୁ ମୁଖ୍ୟମନ୍ତ୍ରୀଙ୍କୁ ଫୁଲତୋଡା ଦେଇ ସ୍ବାଗତ କରିଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ବୌଦ୍ଧ ଧର୍ମାବଲମ୍ବୀଙ୍କ ସହ ଦୀର୍ଘ ସମୟ ଧରି ଆଲୋଚନା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜିରାଙ୍ଗ ବୌଦ୍ଧ ମନ୍ଦିରରେ ଗୁରୁ ପଦ୍ମସମ୍ଭବଙ୍କ ପ୍ରତିମୂର୍ତ୍ତି ଅନାବରଣ କରିଥିଲେ । ଏହାପରେ ସେଠାରେ ଆୟୋଜିତ ସଭାରେ ଉଦ୍‌ବୋଧନ ଦେଇଥିଲେ ।

Leave A Reply

Your email address will not be published.