ଅନୁଗୁଳ ନାଲକୋ ପ୍ଲାଣ୍ଟର ବାର୍ଷିକ ଉତ୍ପାଦନ କ୍ଷମତା ୧ ମିଲିୟନ ଟନକୁ ବୃଦ୍ଧି କରାଯାଉ – ଧର୍ମେନ୍ଦ୍ର ପ୍ରଧାନ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଅନୁଗୁଳ ଜିଲ୍ଲା ସ୍ଥିତ ନ୍ୟାସନାଲ ଆଲୁମିନିୟମ କମ୍ପାନୀ (ନାଲକୋ)ର ବାର୍ଷିକ ଉତ୍ପାଦନ କ୍ଷମତା ୦.୪୬ ମିଲିୟନ ଟନରୁ ୧ ମିଲିୟନ ଟନ୍ ବୃଦ୍ଧି କରିବା ପାଇଁ କେନ୍ଦ୍ର ଖଣି, କୋଇଲା ଓ ସଂସଦ ବ୍ୟାପାର ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀଙ୍କ ସହ ଆଲୋଚନା କରିବା ପରେ ଏ ସମ୍ବନ୍ଧରେ ତାଙ୍କୁ ପତ୍ର ଲେଖି ପ୍ରସ୍ତାବ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେହିପରି ଅନୁଗୁଳ ଜିଲ୍ଲାର ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପ ପାଇଁ ଫିଡର କ୍ୟାପଟିଭ୍ ପାୱାର ପ୍ଲାଣ୍ଟ (ସିପିପି) ଆରମ୍ଭ କରିବାକୁ ମଧ୍ୟ ଶ୍ରୀ ପ୍ରଧାନ ପ୍ରସ୍ତାବ ଦେଇଛନ୍ତି।
ଏହି ପ୍ରକଳ୍ପରେ ୧୪୦୦ ମେଗାୱାଟ ଫିଡର କ୍ୟାପଟିଭ୍ ପାୱାର ପ୍ଲାଣ୍ଟ ନିର୍ମାଣ ଅନ୍ତର୍ଭୁକ୍ତ ରହିଛି। ଏହି ପ୍ରକଳ୍ପର ଆନୁମାନିକ ମୂଲ୍ୟ ୨୨ ହଜାର କୋଟି ଥିବାବେଳେ ଏହା ବର୍ତ୍ତମାନ ଜମି ଅଧିଗ୍ରହଣ ପର୍ଯ୍ୟାୟରେ ରହିଛି। ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି ଯେ ପଟ୍ଟାଙ୍ଗୀ ଖଣି କାର୍ଯ୍ୟକ୍ଷମ ହେବା ପରେ ନାଲକୋର ବକ୍ସାଇଟ୍ ଉତ୍ପାଦନ କ୍ଷମତା ବାର୍ଷିକ ୭.୩ ମିଲିୟନ ଟନରୁ ବାର୍ଷିକ କ୍ଷମତା ୧୦.୫ ମିଲିୟନ ଟନକୁ ବୃଦ୍ଧି ପାଇବ। ଏହା ମଧ୍ୟରୁ ଆଲୁମିନାର ବାର୍ଷିକ କ୍ଷମତା ୩.୧ ମିଲିୟନ ଟନ ଧାରଣ କରିଥିବା ବେଳେ ଏହି ଆଲୁମିନାରୁ ବାର୍ଷିକ ୧.୫ ମିଲିୟନ ଟନ୍ ଆଲୁମିନିୟମ ଉତ୍ପାଦନ ହେବାର ସମ୍ଭାବନା ରହିଛି।
ସୂଚନାଯୋଗ୍ୟ ଯେ ଆଲୁମିନିୟମ ତରଳିବା ଏକ ଅତ୍ୟଧିକ ଶକ୍ତି ନିବାରଣ ପ୍ରକ୍ରିୟା ଏବଂ ଏହି ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପର ସମ୍ଭାବ୍ୟ ୧୪୦୦ ମେଗାୱାଟ ଫିଡର ସିପିପିରେ ନିରନ୍ତର କୋଇଲା ଯୋଗାଣ ଉପରେ ନିର୍ଭରଶୀଳ। ଏହି ପରିପ୍ରେକ୍ଷୀରେ ଅନୁଗୁଳରେ ଆଲୁମିନାର ପ୍ରଚୁର ଉପଲବ୍ଧିକୁ ଦୃଷ୍ଟିରେ ରଖି ବାର୍ଷିକ ଉତ୍ପାଦନ କ୍ଷମତା ବୃଦ୍ଧି କରିବାକୁ ପ୍ରସ୍ତାବ ଦେଇଛନ୍ତି।

Leave A Reply

Your email address will not be published.