ମୋଦିଙ୍କୁ ଚିଠି ଲେଖିଲେ ନବୀନ, ପଢନ୍ତୁ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଅପ୍ରେଲ ୧ ତାରିଖରୁ ଆରମ୍ଭ ହୋଇ ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଜନଗଣନା କାର୍ଯ୍ୟକ୍ରମକୁ ସ୍ଥଗିତ କରିବାକୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି କାର୍ଯ୍ୟରେ ନିୟୋଜିତ କରାଯାଇଥିବା କର୍ମଚାରୀ ଘର ଘର ବୁଲି ତଥ୍ୟ ସଂଗ୍ରହ କରିବାକୁ ଥିବାରୁ ସେମାନଙ୍କ ପ୍ରତି କରୋନା ସଂକ୍ରମଣ ବିପତ୍ତି ରହିଛି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀଙ୍କ ପାଖକୁ ଚିଠି ଲେଖି ଏହାକୁ ସ୍ଥଗିତ ରଖିବାକୁ ଲେଖିଛନ୍ତି ।

ସୂଚନା ଅନୁଯାୟୀ, ଦିନକୁ ଦିନ କରୋନା ଭାଇରସ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିବାରେ ଲାଗିଛି । ଓଡ଼ିଶାରେ ମଧ୍ୟ ଦ୍ୱିତୀୟ କରୋନା ସଂକ୍ରମିତ ଚିହ୍ନଟ ହୋଇ ସାରିଲାଣି । ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅନେକ କଟକଣା ଜାରି କରିଛନ୍ତି ।

Leave A Reply

Your email address will not be published.