ପୁଣିଥରେ ବିହାରରେ ନୀତିଶ କୁମାରଙ୍କ ଶାସନ

ଆଜି ଅଷ୍ଟମ ଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନୀତିଶ କୁମାର । ରାଜଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରାଜ୍ୟପାଳ ଫଗୁ ଚୌହାନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ତାଙ୍କ ସହ ଉପମୁଖ୍ୟମନ୍ତ୍ରୀ ଭାବେ ତେଜସ୍ୱୀ ଯାଦବ ଶପଥ ନେଇଛନ୍ତି । ତେବେ କହିରଖୁଛି ଯେ, ବିହାରରେ ନୀତିଶ କୁମାରଙ୍କ ନେତୃତ୍ୱରେ ଗଠନ ହୋଇଛି ମହାଗଠବନ୍ଧନ ସରକାର।
ଗତକାଲି ନୀତିଶ ବିଜେପିର ହାତ ଛାଡି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ବିଜେପି ଓ ଜେଡିୟୁ ମଧ୍ୟରେ ମେଣ୍ଟ ସରକାର ଭାଙ୍ଗିବା ପରେ ନୀତିଶ ଆର୍ଜେଡି ସମେତ ୭ଟି ଦଳ ସହ ମହାଗଠବନ୍ଧନ କରି ପୁଣି ଥରେ ଆଜି ବିହାରର ଭାର ଧରିଛନ୍ତି।