ବିଜେପୁରରୁ ମୁଖ୍ୟମନ୍ତ୍ରୀ ଭରିଲେ ନାମାଙ୍କନ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ) : ବିଜେପୁର ବିଧାନସଭା ଆସନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ପତ୍ର ଦାଖଲ କରିଥିଲେ ।

ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ସ୍ଥାନ ଯଥା ହିଞ୍ଜିଳି ଓ ବିଜେପୁରରୁ ପ୍ରାର୍ଥୀ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ଆଜି ବିଜେପୁରରୁ ପ୍ରାର୍ଥୀ ପତ୍ର ଦାଖଲ କରିଥିଲେ । ଗତ ୨୦ତାରିଖରେ ହିଞ୍ଜିଳି ପାଇଁ ମୁଖ୍ୟମନ୍ତ୍ରୀ ପ୍ରାର୍ଥିପତ୍ର ଦାଖଲ କରିସାରିଛନ୍ତି। ଆଜି ପ୍ରଥମ ପର୍ଯ୍ୟାୟ ପାଇଁ ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ। ଏହି ପର୍ଯ୍ୟାୟରେ ଓଡ଼ିଶାର ୪ଟି ଲୋକସଭା ଓ ୨୮ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟ ହେବ।

Leave A Reply

Your email address will not be published.