ଆସନ୍ତାକାଲିଠାରୁ ଆଉ ଏକ ଲଘୁଚାପ; ଏହି ସମସ୍ତ ଜିଲ୍ଲାଗୁଡିକରେ ବଜ୍ରପାତ ହେଵା ସହ ଛେଚିବ

0

ଆସନ୍ତାକାଲିଠାରୁ ଆସିଛୁ ଆଉ ଏକ ଲଘୁଚାପ। ଫଳରେ କାଲିଠାରୁ ୩ ଦିନ ପର୍ଯ୍ୟନ୍ତ ଓଡିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ସତର୍କ ସୂଚନା ଜାରି କୁହାଯାଇଛି।

ଏହି ଲଘୁଚାପ ପ୍ରଭାବରେ ୨୩ରୁ ୨୪ ତାରିଖ ମଧ୍ୟରେ ଉପକୂଳ-ଆଭ୍ୟନ୍ତରୀଣ ଜିଲ୍ଲାମାନଙ୍କରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୪ରୁ ୨୫ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ-ଆଭ୍ୟନ୍ତରୀଣ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ସୂଚନା ରହିଛି ।

ଅନ୍ୟପଟେ ବର୍ଷା ନେଇ ସମ୍ଭାବିତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୩ ତାରିଖ, ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେନ୍ଦୁଝର, ମୟୂରଭଂଜ, ଢ଼େଙ୍କାନାଳ, କନ୍ଧମାଳ, କଳାହାଣ୍ଡି ପ୍ରଭୃତି ୧୬ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିପରି ୨୪ରୁ ୨୫ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଏହି ଜିଲ୍ଲାଗୁଡ଼ିକ ହେଲା ଗଜପତି, ଗଞ୍ଜାମ, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗିର, କଳାହାଣ୍ଡି, ରାୟଗଡ଼ା, କରୋପୁଟ, ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି। ଏ ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

SOA post below
Leave a comment