ଆଜିଠୁ ପ୍ରବଳ ବର୍ଷା; ଏହି ୮ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

0

ଲଘୁଚାପ କାରଣରୁ ଆଜିଠାରୁ ରାଜ୍ୟରେ ବର୍ଷା । ତେବେ ୮ ଜିଲ୍ଲାରେ ପ୍ରବଳ ବର୍ଷା ସହ ୨୦ ଜିଲ୍ଲାରେ ବିଜୁଳି ଘଡଘଡି ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ପାଣିପାଗ ବିଭାଗ ଅନୁଯାୟୀ, ଉତ୍ତର ଉପକୂଳ ଓଡିଶାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ସମେତ କେନ୍ଦୁଝର, ମୟୁରଭଞ୍ଜ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ଆଜି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ସେହିପରି ଉତ୍ତର ଓଡିଶାର ସମସ୍ତ ୧୫ ଜିଲା ଏବଂ ଦକ୍ଷିଣ ଓଡ଼ିଶାର ୫ଜିଲା ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ନୟାଗଡ ଏବଂ କନ୍ଧମାଳ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ।

SOA post below
Leave a comment