ଆଜିଠୁ ବଦଳିବ ପାଗ

ଆଜିଠୁ ବଦଳିବ ପାଗ । ଆସନ୍ତାକାଲିଠାରୁ ଆଉ ବର୍ଷା ନାହିଁ । ତେବେ ଆଜି କିଛି ଜିଲ୍ଲାରେ ମାଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଥିବା ଘୁର୍ଣ୍ଣିବଳୟ ଉତ୍ତର ବଙ୍ଗୋପସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି । ଏହା ପ୍ରଭାବରେ ଆଜି ୨ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିପାଇଁ ସୁନ୍ଦରଗଡ଼ ଓ କେନ୍ଦୁଝରକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହାଛଡ଼ା ସମସ୍ତ ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିବ ।
ତେବେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରେ ସକ୍ରିୟ ରହିଛି । ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ବର୍ଷାର ପରିମାଣ କମ ରହିବ । ୨୯ ତାରିଖ ପର୍ଯ୍ୟନ୍ତ କେବଳ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ଓ ବିଜୁଳି ସହିତ ବର୍ଷା ହୋଇପାରେ । ଅନ୍ୟ ସମସ୍ତ ସ୍ଥାନରେ ପାଗ ଶୁଖିଲା ରହିବ ।