ପୁଣି ୨୭ରୁ ଭିଜିବ ଓଡ଼ିଶା

ଆସନ୍ତାକାଲିଠାରୁ ପାଗ ଶୁଖିଲା ରହିବ ବୋଲି କହିଛି ପାଣିପାଗ ବିଭାଗ । କିନ୍ତୁ ପୁଣି ୨୭ରୁ ଭିଜିବ ସାରା ଓଡ଼ିଶା । ଅର୍ଥାତ ବର୍ଷାର ପରିମାଣ ବଢିବ ବୋଲି ଆକଳନ କରିଛି ବିଭାଗ । ଏହାକୁ ନେଇ ୩୦ ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ରର ନିର୍ଦ୍ଦେଶକ କହିଛନ୍ତି, “ଆସନ୍ତା ୨ ଦିନରେ ରାଜ୍ୟର କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଏହାପରେ ୨୭ ତାରିଖରେ ରାଜ୍ୟର ଅନେକ ସ୍ଥାନରେ ବର୍ଷାର ପରିମାଣ ବଢିବ । ମାଲକାନଗିରି, କଳାହାଣ୍ଡି, ନବରଙ୍ଗପୁର ଆଦି ଜିଲ୍ଲାରେ ଅଧିକ ବର୍ଷା ହେବ । ୨୯ ତାରିଖରେ ବର୍ଷାର ପରିମାଣ କମିବ । ଭୁବନେଶ୍ବରରେ ମଧ୍ୟ ୨୭ ତାରିଖରେ ମେଘାଚ୍ଛନ୍ନ ରହିବା ସହ ବର୍ଷା ହେବାର ସମ୍ଭାବନା ରହିଛି ।”