ବାତ୍ୟା ନେଇ କିଛି ସୂଚନା ନାହିଁ: ପାଣିପାଗ ବିଜ୍ଞାନ

0

ଆଗକୁ ଦୁଇ ଦୁଇଟି ଲଘୁଚାପ ଆସୁଛି । ତେବେ ଏହା ସହ ଏକ ବାତ୍ୟା ହେବ ବୋଲି ଚର୍ଚ୍ଚା ହେଉଥିବାବେଳେ ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି । ବାତ୍ୟା ନେଇ କିଛି ସୂଚନା ନାହିଁ ବୋଲି ପାଣିପାଗ ବିଜ୍ଞାନ ପକ୍ଷରୁ କୁହାଯାଇଛି । ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ଏନେଇ ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ ବାତ୍ୟା ନେଇ ଚାଲିଥିବା ଚର୍ଚ୍ଚା ସମ୍ପୂର୍ଣ୍ଣ ମିଛ ।

ବାତ୍ୟା ସମ୍ପର୍କରେ ଆଇଏମଡି କୌଣସି ସୂଚନା ଜାରି କରିନାହିଁ । ଆସନ୍ତା ୮ ତାରିଖ ମଧ୍ୟରେ ଘୂର୍ଣ୍ଣିବଳୟ ବା ଲଘୁଚାପ ହେବ ବୋଲି କୁହାଯାଇଛି । ବାତ୍ୟା ସୂଚନା ନାହିଁ କି ବାତ୍ୟା ନେଇ କିଛି ଆକଳନ କରାଯାଇନି ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି ।

ଅନ୍ୟପକ୍ଷରେ ଆସନ୍ତା ସପ୍ତାହରୁ ବଢ଼ିବ ବର୍ଷା । ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ଏହା ପ୍ରଭାବରେ ୫ ତାରିଖରୁ ବର୍ଷାର ବିସ୍ତୃତି ବଢ଼ିବ । ୬ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

୮ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆହୁରି ୨ ଦିନ ରହିବ ଦୁର୍ବଳ ମୌସୁମୀର ପ୍ରଭାବ ଜାରି ରହିବ । ଦୁର୍ବଳ ମୌସୁମୀର ପ୍ରଭାବ ପାଇଁ ବଢ଼ୁଛି ଦିନ ତାପମାତ୍ରା । ୨୪ ଘଣ୍ଟା ମଧ୍ୟରେ ୨୨ ସହରର ଦିନ ତାପମାତ୍ରା ୩୫ ଡିଗ୍ରୀ କିମ୍ବା ଅଧିକ ରେକର୍ଡ କରାଯାଇଛି । ୩୬ ଦଶମିକ ୭ ଡିଗ୍ରୀ ସହ ଅନୁଗୁଳ ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ।

ଆସନ୍ତା ୨ ସପ୍ତାହ ମଧ୍ୟରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସ଼ମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି। ଶ୍ରୀ ଦାସଙ୍କ ସୂଚନା ଅନୁସାରେ, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଥମ ଲଘୁଚାପଟି ଆସନ୍ତା ୮ ତାରିଖ ମଧ୍ୟରେ ସୃଷ୍ଟି ହୋଇପାରେ। ଦ୍ୱିତୀୟ ଲଘୁଚାପଟି ସେପ୍ଟେମ୍ବର ୯ରୁ ୧୫ ତାରିଖ ମଧ୍ୟରେ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ତାରିଖରୁ ବର୍ଷା ପରିମାଣ ବଢ଼ିବାର ସମ୍ଭାବନା ରହିଛି।

SOA post below
Leave a comment