ଆଜିଠୁ ରାଜ୍ୟରେ ବଦଳିବ ପାଗ; ପ୍ରବଳ ଛେଚିବ

ଆଜିଠାରୁ ରାଜ୍ୟରେ ବଢ଼ିଯିବ ବର୍ଷାର ପରିମାଣ । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ୪ରୁ ୫ ଦିନ ଯାଏଁ ରାଜ୍ୟର କିଛି କିଛି ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବର୍ଷା ପାଇଁ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏନେଇ ଭୁବନେଶ୍ୱର ଆଶ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଅନ୍ୟପଟେ ରାଜ୍ୟରେ ପୁଣି ଥରେ ମୌସୁମୀ ସକ୍ରିୟ ହେବାକୁ ଯାଉଛି । ଆସନ୍ତା ୭ ତାରିଖ ଆଡ଼କୁ ପଶ୍ଚିମ-କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା ପ୍ରଭାବରେ ରାଜ୍ୟରେ କିଛି ଦିନ ବର୍ଷା ଲାଗି ରହିବା ସହ ମୌସୁମୀ ମଧ୍ୟ ସକ୍ରିୟ ହୋଇଯିବ ।