ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ; ଆସନ୍ତାକାଲିଠାରୁ ପ୍ରବଳ ଛେଚିବ, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

0

ବଙ୍ଗୋପସାଗରରେ ଲଘୁଚାପ। ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ। ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା ଉପକୂଳ ଆଡକୁ ଗତି କରିବା ସମ୍ଭାବନା ରହିଛି।

ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟରେ ସର୍ବାଧିକ ୮୨.୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଆଜି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗଞ୍ଜାମ, ପୁରୀ, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ବଢିବ। ୨୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷିବ।

SOA post below
Leave a comment