ଏହି ୧୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ; ପ୍ରବଳରୁ ଅତି ପ୍ରବଳ ହେଵା ସହ ବର୍ଷାର ପରିମାଣ ବଢିପାରେ

0

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଫଳରେ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୨୪ ଘଣ୍ଟା ପର୍ଯ୍ୟନ୍ତ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଏହା ପଶ୍ଚିମ-ଉତ୍ତର ଦିଗକୁ ଗତି କରିବାର ସମ୍ଭାବନା ରହିଛି । ୨୪ ଘଣ୍ଟାରେ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସୂଚନା ଦେଇଛି ପାଣିପାଗ ବିଭାଗ ।

ଲଘୁଚାପ ଯୋଗୁଁ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ୧୪ ଜିଲ୍ଲାକୁ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରିକରାଯାଇଥିବା ବେଳେ ଏହିସବୁ ଜିଲ୍ଲାରେ ୭୦ରୁ ୨୦୦ ମିଲିମିଟର ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାଗୁଡିକ ହେଉଛି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ନୟାଗଡ,ଗଞ୍ଜାମ, ଗଜପତି । ସେହିଭଳି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରିହୋଇଛି । କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି ।

ସେହିଭଳି ଆଗାମୀ ୧୨ ଘଣ୍ଟାରେ ଆଉ ଏକ ଲଘୁଚାପ ବଳୟ ସୃଷ୍ଟି ହେବ । ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ୧୪ ତାରିଖ ଅର୍ଥାତ ଆସନ୍ତାକାଲି ଏହା ଅବପାତର ରୂପ ନେବ । ଆହୁରି ୨ ଦିନ ରାଜ୍ୟରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସତର୍କ କରାଇଛି ।

SOA post below
Leave a comment