ମନ୍ଦିର ଖୋଲିବା ଆଶା କ୍ଷୀଣ: ପ୍ରେମଚନ୍ଦ୍ର ଚୌଧୁରୀ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭୁବନେଶ୍ୱରରେମ ନ୍ଦିର ଖୋଲିବା ଆଶା ଖୁଵ କମ । ଏନେଇ ସୂଚନା ଦେଇଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । ଶ୍ରୀ ଚୌଧୁରୀ କହିଛନ୍ତି, ମନ୍ଦିର ଖୋଲିବ କି ନାହିଁ ସେନେଇ ବିଭିନ୍ନ ଦିଗକୁ ଆଲୋଚନା ଓ ବିଚାର ବିମର୍ଷ ଚାଲିଛି । ବିଶେଷଜ୍ଞ ଓ ଡାକ୍ତରୀଟିମ ଠାରୁ ପରାମର୍ଶ ନିଆଯାଉଛି । ଭୁବନେଶ୍ୱରରେ ଯେହେତୁ ସଂକ୍ରମଣ ହାର ବଢୁଛି , ତେଣୁ ଏବେ ରାଜଧାନୀରେ ମନ୍ଦିର ଖୋଲିବା ଆଶା କ୍ଷୀଣ ବୋଲି କହିବା ସହ ସ୍ଥିତିର ସମୀକ୍ଷା ପରେ ଆଗାମୀ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି ।

ଅପରପକ୍ଷରେ ଭୁବନେଶ୍ୱର ରାମମନ୍ଦିର ସମ୍ମୁଖରେ ଓଡ଼ିଶା ସେବାୟତ ସଂଘ ପକ୍ଷରୁ ଘଂଟ ବାଡ଼େଇ ଶଙ୍ଖ ଫୁଙ୍କି ଆନ୍ଦୋଳନ କରାଯାଇଥିଲା । ସାମାଜିକ ଦ୍ୱରତା ଓ ମାସ୍କ ପିନ୍ଧି ଆନ୍ଦୋଳନରେ ଯୋଗ ଦେଇଛନ୍ତି ରାଜ୍ୟର ବିଭିନ୍ନ ମନ୍ଦିର ସେବାୟତ । ଓଡ଼ିଶାରେ ମନ୍ଦିର ଖୋଲିବା ସହ ସେବାୟତମାନଙ୍କୁ ସହାୟତା ପ୍ରଦାନ କରିବା ଦାବି ରଖିଛନ୍ତି । ପ୍ରଶାସନର ଅବହେଳାକୁ ନେଇ ଓଡ଼ିଶା ମନ୍ଦିର ସେବାୟତ ସଂଘ ତରଫରୁ ୫ ଦଫା ଦାବି ନେଇ ଏହି ଆନ୍ଦୋଳନ କରାଯାଇଛି । ଚଳିତ ଅନଲକ ପର୍ଯ୍ୟାୟରେ ରାଜ୍ୟ ସରକାର ମନ୍ଦିର ଖୋଲିବା ନେଇ ସିଗ୍ନାଲ ଦେଇଥିଲେ ହେଲେ ଏପର୍ଯ୍ୟନ୍ତ ମନ୍ଦିର ନଖୋଲିବାରୁ ପ୍ରତିବାଦ କରିଛନ୍ତି ସେବାୟତ ।

Leave A Reply

Your email address will not be published.