ଦିଲ୍ଲୀ ଏମ୍‌ସରୁ ଫେରିଲେ ପପୁ ପମ୍‌ପମ୍‌

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଓଲିଉଡର କମେଡି କିଙ୍ଗ୍ ପପୁ ପମ୍‌ପମ୍‌ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ପପୁ ଅଗ୍ନାଶୟ ଜନିତ ରୋଗରେ ଆକ୍ରାନ୍ତ ହୋଇ ଦିଲ୍ଲୀ ଏମ୍‌ସରେ ଚିକିତ୍ସାଧୀନ ଥିଲେ।

ସୂଚନା ଅନୁଯାୟୀ, ପପୁ ସୁଟିଂ ସେଟ୍‌ରୁ ଫେରିବା ବେଳେ ହଠାତ୍‌ ଅସୁସ୍ଥ ଅନୁଭବ କରିଥିଲେ। ସୁଟିଂ ବେଳେ ବ୍ୟସ୍ତତା ଯୋଗୁଁ ପପୁ ସେଦିନ ମଧ୍ୟାହ୍ନ ଭୋଜନ କରିପାରି ନ ଥିଲେ। ସୁଟିଂ ଶେଷହେବ ପରେ ବିଳମ୍ବିତ ରାତିରେ ସେ କିଛି ଖାଦ୍ୟ ଖାଇ ଘରକୁ ଫେରିବା ସମୟରେ ହଠାତ୍‌ ରାସ୍ତାରେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କ ବନ୍ଧୁମାନେ ତାଙ୍କୁ ଖଣ୍ଡଗିରି ନିକଟସ୍ଥ ଏକ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ପରେ ସେ ଅଗ୍ନାଶୟ ଜନିତ ରୋଗରେ ଆକ୍ରାନ୍ତ ଥିବା ଜଣାପଡ଼ିଥିଲା। ତାଙ୍କୁ ପ୍ରଥମେ ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ତାଙ୍କ ଅବସ୍ଥା ଅଧିକ ଗମ୍ଭୀର ହେବାରୁ ଏୟାର ଆମ୍ୱୁଲାନ୍ସ ଦ୍ୱାରା ଗତ ମେ’ ୧୫ ତାରିଖରେ ତାଙ୍କୁ ଚିକିତ୍ସା ପାଇଁ ନୂଆଦିଲ୍ଲୀ ସ୍ଥିତ ଏମ୍‌ସକୁ  ନିଆଯାଇଥିଲା। ସେଠାରେ ସେ ଗ୍ୟାଷ୍ଟ୍ରୋଲୋଜି ବିଭାଗ ଆଇସିୟୁରେ ଚିକିତ୍ସାଧୀନ ଥିଲେ।

Sikshaya
Leave A Reply

Your email address will not be published.