ପୋଷ୍ଟାଲ ବାଲାଟ ମାଧ୍ୟମରେ ଭୋଟ୍ ଦେବେ ପିପିଲିର ୧୦୭୭ ଭୋଟର

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପିପିଲି ଉପନିର୍ବାଚନର ୮୦ ବର୍ଷରୁ ଉର୍ଦ୍ଧ୍ବ ବୟସର ଭୋଟରମାନଙ୍କ ନିମନ୍ତେ ପୋଷ୍ଟାଲ ବାଲାଟ ନିଆଯାଉଛି। ଆଜି ସକାଳ ୯ଟାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ପିପିଲି ଅଭିମୁଖେ ବାହାରିଛି।
ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ୮୨୧୨ ଜଣ ୮୦ ବର୍ଷ ବୟସରୁ ଉର୍ଦ୍ଧ୍ବ ଓ ଦିବ୍ୟାଙ୍ଗ ଭୋଟର ଥିବା ବେଳେ ସେମାନଙ୍କ ମଧ୍ୟରୁ ୧୦୭୭ ଜଣ ପୋଷ୍ଟାଲ ବାଲାଟ ମାଧ୍ୟମରେ ଭୋଟ ଦେବାକୁ ସମ୍ମତି ପ୍ରଦାନ କରିଛନ୍ତି। ଅଶି ବର୍ଷ ବୟସରୁ ଉର୍ଦ୍ଧ୍ବ ୯୦୯ ଜଣ ଓ ୧୬୮ ଜଣ ଦିବ୍ୟାଙ୍ଗ ଭୋଟର ରହିଛନ୍ତି। ସେଥିମଧ୍ୟରୁ ଡେଲାଙ୍ଗରେ ୭୧୨ ଓ ପିପିଲିରେ ୩୬୫ ଜଣ ରହିଛନ୍ତି।

Leave A Reply

Your email address will not be published.