ଦିନକରେ ୫୩ ହଜାରରୁ ଊର୍ଦ୍ଧ୍ୱ କରୋନା ନମୁନା ପରୀକ୍ଷା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଅଧିକ ସଂଖ୍ୟାରେ ନମୁନା ପରୀକ୍ଷା କରାଯାଉଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୩ ହଜାର ୪୭୮ କରୋନା ନମୁନା ପରୀକ୍ଷା ହୋଇଥିବା ଖବର ମିଳିଛି। ଏଥିମଧ୍ୟରୁ ୪୭ ହଜାର ୫୧୨ ଜଣଙ୍କର ଆଣ୍ଟିଜେନ, ୫ ହଜାର ୮୪୯ଟି ଆରଟିପିସିଆର୍ ଓ ୧୧୭ଟି ଟ୍ରୁନଟ୍‌ ପରୀକ୍ଷା ହୋଇଛି ବୋଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ଏଥିମଧ୍ୟରୁ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୬ ହଜାର ୫୬୪ କରୋନା ନମୁନା ପରୀକ୍ଷା ହୋଇଛି। ରାଜ୍ୟରେ ନମୁନା ପରୀକ୍ଷା ସଂଖ୍ୟା ଇତିମଧ୍ୟରେ ୧୦ଲକ୍ଷ ଟପିଯାଇଛି। ଲଗାତାର କିଛି ଦିନ ଧରି ରାଜ୍ୟରେ ୫୦ ହଜାରରୁ ଅଧିକ ନମୁନା ପରୀକ୍ଷା ହେବା ଫଳରେ ଏହା ସମ୍ଭବପର ହୋଇଛି। କେବଳ ନମୁନା ପରୀକ୍ଷାରେ ବୃଦ୍ଧି ନୁହେଁ, ଦୈନିକ ଟେଷ୍ଟ ପଜିଟିଭ୍ ରେଟ୍‌ (ଟିପିଆର) ୫ରୁ ତଳକୁ ଖସି ଆସିଛି। କରୋନା ଲଢ଼େଇରେ ଏହା ରାଜ୍ୟ ପାଇଁ ଖୁସିର ଖବର ବୋଲି କୁହାଯାଇଛି।

Leave A Reply

Your email address will not be published.