ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପ୍ରକୃତି

0

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅଭିନେତ୍ରୀ ପ୍ରକୃତି ମିଶ୍ର । ତାଙ୍କ ଏତଲା ଉପରେ କାର୍ଯ୍ୟାନୁଷ୍ଠାନ ହେଉ ନଥିବାରୁ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ପୋଲିସ୍ କୌଣସି କାର୍ଯ୍ୟାନୁଷ୍ଠାନ ନେଉ ନ ଥିବା ହାଇକୋର୍ଟଙ୍କୁ ସେ ଜଣାଇଛନ୍ତି । ବାବୁସାନଙ୍କ ପତ୍ନୀ ତୃପ୍ତି ଓ ଶ୍ୱଶୁରଙ୍କ ନାଁରେ ଖାରବେଳ ନଗର ଥାନାରେ ଏତଲା କରିଥିଲେ ପ୍ରକୃତି ।ତାଙ୍କ ଉପରେ ହୋଇଥିବା ଆକ୍ରମଣ ପାଇଁ ଏତଲା କରିଥିଲେ ।

ତେବେ ହାଇକୋର୍ଟଙ୍କ ଦ୍ୱାରସ୍ଥ ପରେ ନିଜର ପ୍ରତିକ୍ରିୟାରେ ପ୍ରକୃତି କହିଛନ୍ତି, ‘ମୋ ସହ ଯାହା ହୋଇଛି ଆପଣମାନେ ସମସ୍ତେ ଜାଣନ୍ତି । ନ୍ୟାୟାଳୟ ଉପରେ ମୋର ପୂରା ଭରସା ରହିଛି । ମୋତେ ନ୍ୟାୟ ମିଳିବ ବୋଲି ମୋର ଆଶା ରହିଛି ।’

ଅନ୍ୟପଟେ ଏହି ଘଟଣାନେଇ ପ୍ରକୃତି ମିଶ୍ରଙ୍କ ଓକିଲ ମଧ୍ୟ ନିଜର ପ୍ରତିକ୍ରିୟା ରଖିଛନ୍ତି । ସେ ପୋଲିସର ଭୂମିକା ଉପରେ ଅସନ୍ତୋଷ ପ୍ରକାଶ କରିଛନ୍ତି ।

SOA post below
Leave a comment