ପୂର୍ବତନ ବିଧାୟକ ପୁରୁଷୋତ୍ତମ ସେଠୀଙ୍କ ବିୟୋଗ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭଣ୍ଡାରିପୋଖରୀର ପୂର୍ବତନ ବିଧାୟକ ପୁରୁଷୋତ୍ତମ ସେଠୀଙ୍କର ଆଜି ବିୟୋଗ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା।

ସୂଚନାଯୋଗ୍ୟ, ଦୀର୍ଘଦିନ ହେଲା ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ। ଭଣ୍ଡାରୀପୋଖରୀ ଵ୍ଲକ ସ୍ଥିତ ରାଣୀପଡ଼ା ଵାସଭବନରେ ଆଜି ସକାଳେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ।

ସ୍ୱର୍ଗତ ସେଠୀ ୧୯୮୦ ରୁ ୧୯୮୫ ମସିହା ପର୍ଯ୍ୟନ୍ତ ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀର ବିଧାୟକ ଥିଲେ । ୧୯୮୫ ରୁ ୧୯୯୦ ପର୍ଯ୍ୟନ୍ତ ସେ ଭାରତୀୟ ଜାତୀୟ କଂଗ୍ରେସର ଅବିଭକ୍ତ ବାଲେଶ୍ୱର ଜିଲ୍ଲାର ସଭାପତି ଥିଲେ।

Leave A Reply

Your email address will not be published.