ମାଡି ଆସୁଛି ଲଘୁଚାପ : ୬ ଯାଏଁ ଲାଗି ରହିବ ବର୍ଷା, ୭ ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଆଜି ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି । ସାରା ରାଜ୍ୟରେ ୬ ତାରିଖ ଯାଏ ବର୍ଷା ହେବାର ସମ୍ଭାବନା ରହିଛି ।
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗିରହିବ । ୪ ଓ ୫ ତାରିଖରେ ବେଶି ବର୍ଷିବ । କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ତେବେ ଉପକୂଳ ଅଞ୍ଚଳ ତୁଳନାରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବେଶି ବର୍ଷା କରାଇବ ଏହି ଲଘୁଚାପ ।

ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ମୟୂରଭଞ୍ଜ, ବୌଦ୍ଧ, ଢେଙ୍କାନାଳର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ଅଛି । ଏହି ୭ ଜିଲ୍ଲା ପାଇଁ ଅରେଞ୍ଜ୍‌ ୱାର୍ଣ୍ଣିଂ ଜାରି କରାଯାଇଛି । କଳାହାଣ୍ଡି, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, କଟକରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ । ଏ ଜିଲ୍ଲାଗୁଡ଼ିକରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Sikhsya
Barta

Leave A Reply

Your email address will not be published.