୩ତାରିଖ ପର୍ଯ୍ୟନ୍ତ ବର୍ଷିବ, ୮ଟି ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟର ପ୍ରାୟ ସମସ୍ତ ସ୍ଥାନରେ ଗତକାଲି ଠାରୁ ପ୍ରବଳ ବର୍ଷା ଜାରି ରହିଛି । ଏହା ଲଘୁଚାପ ଜନିତ ବର୍ଷା ହେଲେ ମଧ୍ୟ ଆସନ୍ତା ୩ତାରିଖ ପର୍ଯ୍ୟନ୍ତ ଏହା ଜାରିରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଲଗାତାର ବର୍ଷାକୁ ଦୃଷ୍ଟିରେ ରଖି ଆଜି ୮ଟି ଜିଲ୍ଲା ପାଇଁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକ ହେଲା ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ସୁବର୍ଣ୍ଣପୁର,ସୁନ୍ଦରଗଡ଼, ବରଗଡ଼, ଅନୁଗୋଳ ଓ ଢେଙ୍କାନାଳ । ଏହି ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।

ସେହିପରି ୧୪ଟି ଜିଲ୍ଲାରେ ମଧ୍ୟମରୁ ସାମାନ୍ୟ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲା ଗୁଡ଼ିକ ହେଲା ଭଦ୍ରକ, ଯାଜପୁର, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ, ନୂଆପଡ଼ା ଓ ନବରଙ୍ଗପୁର ।

Leave A Reply

Your email address will not be published.