ରାଜଧାନୀରେ ପୁଣି ଲଜ୍ଜା : ୭ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜଧାନୀରେ ପୁଣି ଲଜ୍ଜା ଜଣକ ଘଟଣା ଘଟିଛି। ଏକ ୭ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ଯୁବକ ଗିରଫ ହୋଇଛି। ସୋମବାର ସଂଧ୍ୟାରେ ଏଭଳି ଦୁଷ୍କର୍ମ ଘଟଣା ଘଟିଥିବା ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ଲିଙ୍ଗରାଜ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଜଣେ ଯୁବକ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି । ପୀଡିତା ନାବାଳିକାଙ୍କ ବୟସ ୭ ବର୍ଷ ବୋଲି ଜଣାପଡିଛି । ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲା । ଅଭିଯୋଗ ଆଧାରରେ ପୋଲିସ ଅଭିଯୁକ୍ତ ରବି ଦାସକୁ ଗିରଫ କରିଛି ଲିଙ୍ଗରାଜ ଥାନା ପୋଲିସ । ଅଭିଯୁକ୍ତଙ୍କ ଡାକ୍ତରୀମାଇନା କରାଯିବା ପରେ କୋର୍ଟ ଚାଲାଣ କରିଛି ପୋଲିସ ।

Leave A Reply

Your email address will not be published.