ଅକ୍ଟୋବର ଶେଷ ସପ୍ତାହରେ ସ୍କୁଲ ଖୋଲିବା ନେଇ ହେବ ନିଷ୍ପତ୍ତି

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତିକୁ ଦେଖି ଅକ୍ଟୋବର ଶେଷ ସପ୍ତାହରେ ରାଜ୍ୟ ସରକାର ସ୍କୁଲ ଖୋଲିବା ନିଷ୍ପତ୍ତି ନେବେ । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ପୂଜା ପର୍ଯ୍ୟନ୍ତ ସ୍କୁଲ କଲେଜ ଖୋଲିବ ନାହିଁ ।

ଆସନ୍ତା ୨୬ରେ ଦୁର୍ଗାପୂଜା । ଅକ୍ଟୋବର ମାସର କରୋନା ସ୍ଥିତି ଦେଖି ସ୍କୁଲ ଖୋଲିବାକୁ ବିଚାର କରାଯିବ । ଅକ୍ଟୋବର ଶେଷ ସପ୍ତାହରେ ଏନେଇ ରାଜ୍ୟ ସରକାର ବିଚାର କରିବେ । ସ୍କୁଲ ଖୋଲିବାର ଆବଶ୍ୟକତା ଅଛି, ମାତ୍ର ଆମ ପାଇଁ ପିଲାଙ୍କ ସ୍ୱାସ୍ଥ୍ୟ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ତେଣୁ କରୋନା ସ୍ଥିତି ଦେଖି ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ନିଆଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି ।

Barta
Sikhsya

Leave A Reply

Your email address will not be published.