ଭୁବନେଶ୍ୱରରେ ରାଜ୍ୟ ବିଜେପି ପ୍ରଭାରୀ ସୁନୀଲ ବଂଶଲ

ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିଲେ ରାଜ୍ୟ ବିଜେପି ପ୍ରଭାରୀ ସୁନୀଲ ବଂଶଲ । ସେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଆଜି ଅପରାହ୍ନରେ ବିମାନ ବନ୍ଦରରେ ପହଞ୍ଚିଛନ୍ତି । ତାଙ୍କୁ ଦଳ ପକ୍ଷରୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଛି । ତେବେ ସେ ୨ ଦିନ ଧରି ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ।
ଓଡ଼ିଶାର ଦାୟିତ୍ବ ନେବାପରେ ଏହା ରାଜ୍ୟରେ ସୁନୀଲ ବଂଶଲଙ୍କ ପ୍ରଥମ କାର୍ଯ୍ୟକ୍ରମ । ଭୁବନେଶ୍ବର ବିମାନ ବନ୍ଦରରେ ସେ ପହଞ୍ଚିବା ପରେ ତାଙ୍କୁ ଶତାଧିକ ବିଜେପି କର୍ମୀ ତାଙ୍କୁ ସ୍ବାଗତ କରିଛନ୍ତି । ଆଗକୁ ୨୦୨୪ ନିର୍ବାଚନ ଆସୁଥିବାରୁ ଦଳର ରଣନୀତି ଉପରେ ଆଲୋଚନା ହେବ । ସେ ଦଳର ବିଧାୟକ, ସାଂସଦ ଓ ଦଳର ବିଭିନ୍ନ ମୋର୍ଚ୍ଚା ପଦାଧିକାରୀଙ୍କ ସହ ପୃଥକ ପୃଥକ ଭାବରେ ଆଲୋଚନା କରିବେ ।