ସମ୍ ଡାକ୍ତରଙ୍କର ସଫଳ ଅସ୍ତ୍ରୋପଚାର ପ୍ଲାଷ୍ଟିକ୍‌ସର୍ଜରୀ ଦ୍ୱାରା ଯୋଡା ହେଲା ୯ ବର୍ଷ ବାଳକର କଟା ଅଙ୍ଗୁଳି

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଯୋଡି ହେଲା ୯ ବର୍ଷର ବାଳକର କଟି ଯାଇଥିବା ଅଙ୍ଗୁଳି। ସମ୍ ହସ୍ପିଟାଲ୍ ଡାକ୍ତରଙ୍କର ସଫଳ ଅସ୍ତ୍ରୋପଚାର ଯୋଗୁଁ ନିଜ ଅଙ୍ଗୁଳିଟିକୁ ଫେରିପାଇଲା ବାଙ୍କି ଡମ୍‌ପଡ ଅଂଚଳର ରାମଚନ୍ଦ୍ର ବେହେରାଙ୍କ ୯ ବର୍ଷର ପୁଅ ରିତିସ ରଞ୍ଜନ ବେହେରା।

ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ବର୍ଣ୍ଣସ୍‌, ପ୍ଲାଷ୍ଟିକ୍ ଓ କସ୍‌ମେଟିକ୍ ସର୍ଜରୀ ବିଭାଗର ସର୍ଜନ ଡାକ୍ତର ସୁଶାନ୍ତ କୁମାର ମିଶ୍ରଙ୍କ ସଫଳ ଅସ୍ତ୍ରୋପଚାର ଯୋଗୁଁ ରିତିସ୍‌ର କଟା ଆଙ୍ଗୁଠି ଯୋଡି ହୋଇପାରିଛି। ଗତ ଅଗଷ୍ଟ ୩୧ ତାରିଖ ଦିନ ନିଜ ଘରର ଲୁହା ଗେଟଟିକୁ ବନ୍ଦ କରୁଥିବା ସମୟରେ ହଠାତ୍ ଗେଟ ଫାଙ୍କରେ ଡାହାଣ ହାତର ବିଶି ଆଙ୍ଗୁଠିଟି ପଶିଯାଇ ପାପୁଲିରୁ ସମ୍ପୁର୍ଣ୍ଣ ଅଲଗା ହୋଇଯାଇଥିଲା। ବାପା ରାମଚନ୍ଦ୍ର ବେହେରା ସଂଗେ ସଂଗେ କଷ୍ଟରେ ଜର୍ଜରିତ ଥିବା ପୁଅ ସହିତ କଟା ଅଙ୍ଗୁଳି ଟିକୁ ଧରି ଚିକିତ୍ସା ପାଇଁ କେତେକ ଘରୋଇ ହସ୍ପିଟାଲ୍‌କୁ ଯାଇଥିଲେ ମଧ୍ୟ ତାଙ୍କୁ ନିରାଶ ହେବାକୁ ପଡିଥିଲା।

ଶେଷରେ ସେ ସମ୍ ହସ୍ପିଟାଲର ବର୍ଣ୍ଣସ୍‌, ପ୍ଲାଷ୍ଟିକ୍ ଓ କସ୍‌ମେଟିକ୍ ସର୍ଜରୀ ବିଭାଗକୁ ଚିକିତ୍ସା ନିମନ୍ତେ ପୁଅକୁ ଆଣିଥିଲେ। ଡଃସୁଶାନ୍ତ କୁମାର ମିଶ୍ରଙ୍କ ଅଧୀନରେ ଚିକିତ୍ସା ଆରମ୍ଭ କରାଯାଇଥିଲା। ଡା. ମିଶ୍ରଙ୍କ ତତ୍ୱାବଧାନରେ ଏକ ୫ ଜଣିଆ ଟିମ୍ ବାଳକଟିର ଅଙ୍ଗୁଳିର ମାଇକ୍ରୋସର୍ଜରୀ ପଦ୍ଧତିରେ ଅସ୍ତ୍ରୋପଚାର କରିଥିଲେ। ଅସ୍ତ୍ରୋପଚାର ପରେ ବାଳକଟିର ଅଙ୍ଗୁଳି ସଂପୁର୍ଣ୍ଣ ଭାବେ ଯୋଡି ହୋଇଯାଇଛି। ଖୁବ୍ କମ ଦିନ ମଧ୍ୟରେ ସେହି ହାତରେ ସ୍ୱାଭାବିକ ଭାବେ ବାଳକଟି ସମସ୍ତ କାର୍ଯ୍ୟ କରିପାରିବ ବୋଲି ଡାକ୍ତରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.