ଆସନ୍ତା ୧୮ତାରିଖରୁ ଖରାଛୁଟି

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପ୍ରଚଣ୍ଡ ରୌଦ୍ରତାପକୁ ଦୃଷ୍ଟିରେ ରଖି ଆସନ୍ତା ୧୮ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ଏସଆରସି ବିଷ୍ଣୁପଦ ସେଠୀ । ରାଜ୍ୟର ଅନେକ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହୁଥିବାରୁ ନିର୍ଦ୍ଧାରିତ ସମୟ ପୂର୍ବରୁ ସ୍କୁଲ ଛୁଟି ନିଷ୍ପତି ନିଆଯାଇଥିବା ଶ୍ରୀ ସେଠି କହିଛନ୍ତି ।

ସୂଚନା ଅନୁଯାୟୀ, ମେ’ ମାସ ୬ତାରିଖରୁ ଖରା ଛୁଟି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ । ମାତ୍ର ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରାହୁଥୁବାରୁ ଛାତ୍ର ଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଏହାକୁ ଆସନ୍ତା ୧୮ତାରିଖକୁ ଘୁଞ୍ଚାଇ ଦିଆଯାଇଥିବା ଏସଆରସି ବିଷ୍ଣୁପଦ ସେଠୀ ସୂଚନା ଦେଇଛନ୍ତି ।
 

Leave A Reply

Your email address will not be published.