ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାପରେ ନିଜର ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ

0

ଆଜି ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ଓଡିଆ ଝିଅ ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପ୍ରତିକ୍ରିୟା ରଖିଛନ୍ତି।

ମୁଖ୍ଯମନ୍ତ୍ରୀ କହିଛନ୍ତି ଯେ, ସମସ୍ତ ଓଡିଶା ଏବଂ ପୂରା ଦେଶ ପାଇଁ ଗର୍ବର ବିଷୟ । ମୋତେ ରାକ୍ଷୀ ବାନ୍ଧି ଥିବାରୁ ଭାଇ ବୋଲି ସମ୍ବର୍ଦ୍ଧନ କରନ୍ତି । ତାଙ୍କ ଶପଥ ସମାରୋହରେ ଭାଗ ନେଇ ମୁଁ ବହୁତ ଖୁସି ଅଛି ।

ଚଳିତ ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ ବିଜୟୀ କରିବାରେ ପ୍ରମୁଖ ଭୂମିକା ତୁଲାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନଡିଏ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିବା ପରେ ପ୍ରଥମେ ବିଜେଡି ତାଙ୍କୁ ସହଯୋଗ କରିବ ବୋଲି ଘୋଷଣା କରିଥିଲେ ନବୀନ । ନିର୍ବାଚନରେ ଯେପରି ଓଡ଼ିଶାରୁ କୌଣସି ଭୋଟ୍‌ ନାକାଚ ନହୁଏ ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ କହିଥିଲେ ମୁଖ୍ୟମନ୍ତ୍ରୀ । ଦଳମତ ନିର୍ବିଶେଷ ସବୁ ଦଳ ଓଡ଼ିଆ ଝିଅଙ୍କୁ ଭୋଟ୍ ଦେବାକୁ ମଧ୍ୟ ଆହ୍ୱାନ କରିଥିଲେ ନବୀନ ପଟ୍ଟନାୟକ ।

SOA post below
Leave a comment