ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିଲ୍ଲୀରେ ବିଜେଡି ସାଂସଦଙ୍କ ସହ ଭେଟି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ଯମନ୍ତ୍ରୀ । ଲୋକସଭା ଓ ରାଜ୍ୟସଭା ସାଂସଦମାନେ ଏହି ଅବସରରେ ସାମିଲ ଥିଲେ। ଦ୍ରୌପଦୀଙ୍କୁ ଭେଟିବା ପରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ଦ୍ରୌପଦୀଙ୍କୁ ଭେଟିବା ପରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି, ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଶୁଭେଚ୍ଛା ଜଣାଇଲି । ଓଡିଆ ଝିଅ ରାଷ୍ଟ୍ରପତି ହୋଇଥିବାରୁ ଅତ୍ୟନ୍ତ ଖୁସି ଅଛି । ଆମେ ତାଙ୍କ ପାଇଁ ଗର୍ବିତ ବୋଲି ମୁଖ୍ୟନ୍ତ୍ରୀ କହିଛନ୍ତି ।
ଆସନ୍ତାକାଲି ରାଷ୍ଟ୍ରପତି ଭାବେ ଶପଥ ନେବେ ଓଡିଆ ଝିଅ ତଥା ନବ ନିର୍ବାଚିତ ଦ୍ରୌପଦୀ ମୁର୍ମୁ । ସ୍ୱତନ୍ତ୍ର ନିମନ୍ତ୍ରଣ କ୍ରମେ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବା ପାଇଁ ଦିଲ୍ଲୀ ଯାଇଛନ୍ତି । ଓଡିଶାରୁ ସାଂସଦମାନେ ମଧ୍ୟ ଏହି ଅବସରରେ ଉପସ୍ଥିତ ରହିବେ । ସୂଚନା ଥାଉକି, ରାଷ୍ଟ୍ରପତି ନିର୍ବାଚନରେ ବିଜେଡି ମାଟିର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ପୂର୍ଣ୍ଣ ସମର୍ଥନ କରିବା ସହ ଅନ୍ୟ ଦଳମାନଙ୍କୁ ସମର୍ଥନ କରିବା ପାଇଁ ଅପିଲ କରିଥିଲା ।