ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

0

ବରିଷ୍ଠ ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କ ବିୟୋଗରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ବିଧାୟକ ଵିଷ୍ଣୁ ଚରଣ ସେଠୀଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଲୋକ ବ୍ୟକ୍ତ କରିଛନ୍ତି। ସେ ନିଜ ଟୁଇଟରରେ ଲେଖିଛନ୍ତି, ଧାମନଗର ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନପ୍ରତିନିଧି ଭାବେ ଲୋକଙ୍କ ପାଇଁ ତାଙ୍କ କଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।

ସେହିପରି ଓଡ଼ିଶାର ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ଗଭୀର ଶୋକ ପ୍ରକାଶ କରିଛନ୍ତି l ତାଙ୍କୁ ଜଣେ ଦକ୍ଷ ବିଧାୟକ ଓ ଲୋକପ୍ରିୟ ରାଜନେତା ଭାବରେ ବର୍ଣ୍ଣନା କରି ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ରାଜ୍ୟପାଳ। ଏହା ବ୍ୟତୀତ ବହୁ ବଡ ବଡ ରାଜନେତା ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।

SOA post below
Leave a comment