ରାଜ୍ୟବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

0

ଆଜି ଉତ୍କଳ ଦିବସ। ଉତ୍କଳ ଦିବସ ପାଇଁ ସଜେଇ ହୋଇଛି ରାଜଧାନୀ। ଏହି ଅବସରରେ ଆଜି ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି ଯେ,’ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଏହି ଅବସରରେ ମୋର ସମ୍ମାନ ଜଣାଉଛି। ଆସନ୍ତୁ ଓଡ଼ିଆ ଜାତିର ଅସ୍ମିତା ଓ ସ୍ଵାଭିମାନକୁ ବଜାୟ ରଖି ଏକ ନୂଆ ଓଡ଼ିଶା, ଉଚ୍ଚାକାଂକ୍ଷୀ ଓଡ଼ିଶା ଗଠନ ଦିଗରେ ସଙ୍କଳ୍ପବଦ୍ଧ ହୋଇ ଆଗକୁ ବଢିବା’।

ସେହିପରି ରାଜ୍ୟପାଳ ପ୍ରଫେସର ଗଣେସି ଲାଲ ମଧ୍ୟ ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଛନ୍ତି । ଓଡ଼ିଶାକୁ ଏକ ସମୃଦ୍ଧ ରାଜ୍ୟ କରିବାକୁ ସମସ୍ତଙ୍କୁ ସଂକଳ୍ପବଦ୍ଧ ହେବାକୁ ଆହ୍ବାନ ଦେଇଛନ୍ତି। ତେବେ ଓଡ଼ିଶା ଦିବସ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି।

SOA post below
Leave a comment