ବର୍ଷା ଓ ବନ୍ୟା ହେବା ନେଇ ଏଭଳି ପ୍ରତିକ୍ରିୟା ରଖିଲେ ଆଇଏମଡି ଡିଜି

0

ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଥିବାବେଳେ ଦେଖାଦେଇଛି ବନ୍ୟା ଆଶଙ୍କା । ତେବେ ଏହା ଭିତରେ ଆଇଏମଡି ଡିଜି ଡ. ମୃତ୍ୟୁଞ୍ଜୟ ମହାପାତ୍ର ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ।

ସେ କହିଛନ୍ତି ଯେ ଗତକାଲି ଭଳି ଆଜି ମଧ୍ୟ ରାଜ୍ୟସାରା ପ୍ରବଳ ବର୍ଷା ଜାରି ରହିବ । କେତେକ ସ୍ଥାନରେ ଅତି ପ୍ରବଳ ଓ ଅତ୍ୟନ୍ତ ପ୍ରବଳ ବର୍ଷା ହେବ । ତେବେ ଆସନ୍ତାକାଲି ଠାରୁ ବର୍ଷାର ପରିମାଣ କମିବ । ଆଜି ପଶ୍ଚିମ ଓଡ଼ିଶା ଜିଲ୍ଲାମାନଙ୍କରେ ଅପେକ୍ଷାକୃତ ଅଧିକ ବର୍ଷିବ । ଆଜି ଛତିଶଗଡ଼ରେ ସବୁଠାରୁ ଅଧିକ ବର୍ଷା ହେବ । ଫଳରେ ମହାପଦୀ ଓ ଶାଖା ନଦୀ ଉପରେ ଏହାର ପ୍ରଭାବ ପଡ଼ିବ ବୋଲି ଆଇଏମଡି ଡିଜି ଡ. ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।

ଅନ୍ୟପକ୍ଷରେ ସୁଦୃଶ୍ୟ ଲଘୁଚାପ ଘନୀଭୂତ ହୋଇ ଏବେ ଅବପାତରେ ପରିଣତ ହୋଇଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ଅବପାତରେ ପରିଣତ ହୋଇଛି ।

SOA post below
Leave a comment