ଓଡ଼ିଆରେ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

0

ଉତ୍କଳ ଦିବସ ଅବସରରେ ଓଡିଶାବାସୀଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ ପ୍ରମୁଖ ସୁଖ ସମୃଦ୍ଧି କାମନା କରି ଶୁଭେଚ୍ଛା ଜଣାଇଛନ୍ତି। ଏମାନେ ସମସ୍ତେ ଓଡିଆରେ ଟ୍ଵିଟ୍‌ କରି ଜଣାଇଛନ୍ତି ।

ଓଡ଼ିଆରେ ଟ୍ଵିଟ୍‌ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି, ଓଡ଼ିଶା ଦିବସ ଅବସରରେ ମୁଁ ପ୍ରିୟ ଦେଶବାସୀଙ୍କୁ ବିଶେଷକରି ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଓଡ଼ିଆ ଭାଷାରେ ଟ୍ଵିଟ୍‌ କରି ଲେଖିଛନ୍ତି, ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା । ଏହି ଦିନ ଆମ ଦେଶର ପ୍ରଗତିରେ ଓଡ଼ିଶା, ଓଡିଆ ଜନସାଧାରଣ ଏବଂ ସଂସ୍କୃତିର ସମୃଦ୍ଧ ଅବଦାନକୁ ଜାଣିବାର ଅବସର । ଓଡ଼ିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି କାମନା କରୁଛି ।

SOA post below
Leave a comment