ଖୁସି ଖବର; ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତକୁ ବୃଦ୍ଧି କରାଇଲେ ରାଜ୍ୟ ସରକାର

ରାଜ୍ୟ ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହଙ୍ଗା ଭତ୍ତା ୩ପ୍ରତିଶତ ବୃଦ୍ଧି କରାଇଲେ । ମୁଖ୍ୟମନ୍ତ୍ରୀ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ।
ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ ବୃଦ୍ଧି ପାଇଛି । ଏହାକୁ ଚଳିତ ବର୍ଷ ଜାନୁଆରୀ ପହିଲାରୁ ପିଚ୍ଛିଲା ଭାବରେ ଲାଗୁ କରାଯାଇଛି ।
ସଂଶୋଧିତ ହାରରେ ପେନ୍ସନ ପାଉଥିବା ପେନ୍ସନଭୋଗୀଙ୍କ ଟିଆଇରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି । କର୍ମଚାରୀ ଓ ପେନ୍ସନଭୋଗୀ ମାନେ ଚଳିତ ମାସର ଦରମାରେ ଏହି ବର୍ଦ୍ଧିତ ଭତ୍ତା ପାଇବେ । ଏଥିସହ ୨୦୨୨ ଜାନୁଆରୀରୁ ଅଗଷ୍ଟ ପର୍ଯ୍ୟନ୍ତ ବକେୟା ଭତ୍ତା ଅଲଗା ଭାବେ ଦିଆଯିବ । ଏହାଦ୍ବାରା ରାଜ୍ୟ ସରକାରଙ୍କ ୪ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନ୍ସନଭୋଗୀ ଉପକୃତ ହେବେ ।