ରାଜ୍ୟରେ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଜି ୧୦ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ମୃତ ୧୦ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ବାଲେଶ୍ବର, ପୁରୀ, ରାୟଗଡା, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୮୭୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୪୨୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୦୨୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୯୬ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଥିବା ଜଣାପଡିଛି।

Leave A Reply

Your email address will not be published.