ରାଜ୍ୟରେ ଆଜି ନୂଆ ୧୨୦୩ କରୋନା ପଜିଟିଭ ଚିହ୍ନଟ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ରାଜ୍ୟରେ ଆଉ ୧୨୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୩୭୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ସଂକ୍ରମିତଙ୍କ ମଧ୍ୟରୁ ୭୫୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୪୫ଜଣ ସ୍ଥାନୀୟ ରହିଛନ୍ତି ।ଆଜି ଅନୁଗୁଳ ଜିଲ୍ଲାରୁ ୧୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୦ଜଣ, ବରଗଡ଼ ଜିଲ୍ଲାରୁ ୧୨ଜଣ, ଭଦ୍ରକ ଜିଲ୍ଲାରୁ ୫୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୯୭ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୭୨, ଗଞ୍ଜାମ ଜିଲ୍ଲାରୁ ୨୫୦ଜଣ, ଜଗତସିଂହପୁର ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୪୬ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୧୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪ଜଣ, କେନ୍ଦୁଝର ଜିଲ୍ଲାରୁ ୧୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୨୦ଜଣ, କୋରାପୁଟ ଜିଲ୍ଲାରୁ ୬୬ଜଣ, ମାଲକାନଗିରି ଜିଲ୍ଲାରୁ ୬୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୨୪ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୪୫ଜଣ, ସମ୍ବଲପୁର ଜିଲ୍ଲାରୁ ୪୦ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭୪ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୩୭୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୨୩୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୮୯୩୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.