ରାଜ୍ୟରେ ଆଜି ସର୍ବାଧିକ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଜି ୧୪ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୮୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
ମୃତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ ଜଣ, ରାୟଗଡା, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ,ରାଜ୍ୟରେ ୨୮୬ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୧ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି।

Leave A Reply

Your email address will not be published.