ରାଜ୍ୟରେ ଚିହ୍ନଟ ହେଲେ ୨୫୮୯ କରୋନା ସଂକ୍ରମିତ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଜି ୨୫୮୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୭୧୨୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଆଜି ସଂକ୍ରମିତଙ୍କ ମଧ୍ୟରୁ ୧୫୭୪ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବାବେଳେ ୧୦୧୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।


ଅନୁଗୁଳ ଜିଲ୍ଲାରୁ ୨୦ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫୦ଜଣ, ବରଗଡ ଜିଲ୍ଲାରୁ ୬୭ଜଣ, ଭଦ୍ରକ ଜିଲ୍ଲାରୁ ୪୭ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୧୬ଜଣ, କଟକ ଜିଲ୍ଲାରୁ ୨୨୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୫ଜଣ, ଗଜପତି ଜିଲ୍ଲାରୁ ୩୬ଜଣ, ଗଞ୍ଜାମ ଜିଲ୍ଲାରୁ ୨୪୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨୧ଜଣ, ଯାଜପୁର ଜିଲ୍ଲାରୁ ୯୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୮ଜଣ, କଳାହାଣ୍ଡି ଜିଲ୍ଲାରୁ ୪୨ଜଣ, କନ୍ଧମାଳ ଜିଲ୍ଲାରୁ ୩୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୫୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୬୬ଜଣ, କୋରାପୁଟ ଜିଲ୍ଲାରୁ ୯୨ଜଣ, ମାଲକାନଗିରି ଜିଲ୍ଲାରୁ ୭୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୬ଜଣ, ନୟାଗଡ଼ ଜିଲ୍ଲାରୁ ୧୧ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୨୩୫ଜଣ, ରାୟଗଡ଼ା ଜିଲ୍ଲାରୁ ୨୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୬୬ଜଣ, ସୋନପୁର ଜିଲ୍ଲାରୁ ୨୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫୫ଜଣ ରହିଛନ୍ତି ।

Leave A Reply

Your email address will not be published.