ରାଜ୍ୟରେ ଚିହ୍ନଟ ହେଲେ ୩୮୧୦ କରୋନା ସଂକ୍ରମିତ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଜି ୩୮୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୪୦୩୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୮୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୫୨୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଅନୁଗୁଳ ଜିଲ୍ଲାରୁ ୭୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨୦ଜଣ, ବରଗଡ଼ ଜିଲ୍ଲାରୁ ୩୯୬ଜଣ, ଭଦ୍ରକ ଜିଲ୍ଲାରୁ ୧୦୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୩ଜଣ, ବୌଦ୍ଧ ଜିଲ୍ଲାରୁ ୨୯ଜଣ, କଟକ ଜିଲ୍ଲାରୁ ୩୨୨ଜଣ, ଦେଓଗଡ଼ ଜିଲାଲରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୧ଜଣ, ଗଜପତି ଜିଲ୍ଲାରୁ ୨୦ଜଣ, ଗଞ୍ଜାମ ଜିଲ୍ଲାରୁ ୧୦୮ଜଣ, ଜଗତସିଂହପୁର ଜିଲ୍ଲାରୁ ୬୭ଜଣ, ଯାଜପୁର ଜିଲ୍ଲାରୁ ୨୫୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୯୨ଜଣ, କଳାହାଣ୍ଡି ଜିଲ୍ଲାରୁ ୫୭ଜଣ, କନ୍ଧମାଳ ଜିଲ୍ଲାରୁ ୪୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦୩ଜଣ, କେନ୍ଦୁଝର ଜିଲ୍ଲାରୁ ୮୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୯୭ଜଣ, କୋରାପୁଟ ଜିଲ୍ଲାରୁ ୮୪ଜଣ, ମାଲକାନଗିରି ଜିଲ୍ଲାରୁ ୩୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୪୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୭୮ଜଣ, ନୟାଗଡ଼ ଜିଲ୍ଲାରୁ ୬୨ଜଣ, ନୂଆପଡ଼ା ଜିଲ୍ଲାରୁ ୯୩ଜଣ, ପୁରୀ ଜିଲ୍ଲାରୁ ୧୧୭ଜଣ, ରାୟଗଡ଼ା ୧୦୧ଜଣ, ସମ୍ବଲପୁର ଜିଲ୍ଲାରୁ ୮୩ଜଣ, ସୋନପୁର ଜିଲ୍ଲାରୁ ୧୦୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୪ଜଣ ରହିଛନ୍ତି ।

Leave A Reply

Your email address will not be published.