ରାଜ୍ୟରେ ଚିହ୍ନଟ ହେଲେ ୪୨୦୮ କରୋନା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୨୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୧୦୯୬ରେ ପହଞ୍ଚିଛି ।

ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୬୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୪୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୦୧୦୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୯୨୩୨ଟି ଆକ୍ଟିଭ୍‌ କେସ୍‌ ରହିଛି । ଏବେ ସୁଦ୍ଧା ରାଜ୍ୟରେ ୩୦୦୯୧୮୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Sikhsya
Barta

Leave A Reply

Your email address will not be published.