ଓଡ଼ିଶା ଫାଷ୍ଟ(ବ୍ୟୁରୋ): କଟକରେ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ବସ୍ ଟର୍ମିନାଲ ପାଇଁ ୬୫ କୋଟି ଟଙ୍କା ଖର୍ଚ୍ଚ ହେବ । ଖାନନଗରରେ ୧୨ ଏକର ଜାଗାରେ ନିର୍ମାଣ ହେବାକୁ ଯାଉଛି ଏହି ଅତ୍ୟାଧୁନିକ ବସ୍ ଟର୍ମିଟାଲ୍ । ଏହି ବସ୍ ଟର୍ମିନାଲ୍ରେ ୧୮୦ଟି ବସ୍ ପାର୍କିଂ କରି ହେବ ।ଭୁବନେଶ୍ବରରୁ ହେଲିକାପ୍ଟରେ ଯୋଗେ କଟକ ଉପର ବାଲିଯାତ୍ରା ପଡିଆରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେଠାରୁ ସିଧାସଳଖ କଟକ ଓଡିଆ ବଜାର ସ୍ଥିତ ନେତାଜୀଙ୍କ ଜନ୍ମସ୍ଥାନ ଜାନକୀନାଥ ଭବନରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ । ଏହାପରେ ପତାକା ଉତ୍ତୋଳନ ମଧ୍ୟ କରିଥିଲେ।
ସେଠାରୁ ମୁଖ୍ୟମନ୍ତ୍ରୀ ଖାନନଗରେ ହେବାକୁ ଥିବା ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାସ କରିଥିଲେ। ବସ୍ ଟର୍ମିନାଲ ଅଞ୍ଚଳ ପରିଦର୍ଶନ କରି ଏହାର ନକ୍ସା ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ୧୨ ଏକର ସ୍ଥାନରେ ଏହି ବସ୍ ଟର୍ମିନାଲ ନିର୍ମାଣ ହେବ। ସେଥିପାଇଁ ୬୫ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ଏହି ବସ୍ ଟର୍ମିନାଲରେ ଏକାଥରେ ୧୮୦ଟି ବସ୍ ରହିପାରିବା ଭଳି ବ୍ୟବସ୍ଥା କରାଯାଉଛି ।
