ଆଜି ଢେଙ୍କାନାଳ ବନ୍ଦ

0

ଓଡ଼ିଶା ଫାଷ୍ଟ (ବ୍ୟୁରୋ): ଢେଙ୍କାନାଳରେ ଥିବା ବାଜି ଚୌକସ୍ଥିତ ପୁରୁଣା ହସ୍ପିଟାଲ ବିଲ୍ଡିଂକୁ ସିଟି ହସ୍ପିଟାଲ ମାନ୍ୟତା ଦାବିରେ ଆଜି ୧୨ ଘଣ୍ଟିଆ ଢେଙ୍କାନାଳ ବନ୍ଦ ପାଳନ ହେଉଛି । ନାଗରିକ କ୍ରିୟାନୁଷ୍ଠାନ କମିଟି ତରଫରୁ ଏହି ବନ୍ଦ ଡାକରା ଦିଆଯାଇଛି । ବନ୍ଦ ଡାକରାରେ ବିଭିନ୍ନ ରାଜନୈତିକ ଦଳ, ବୁଦ୍ଧିଜୀବୀଙ୍କ ସହ ବଣିକ ସଂଘ, ଓକିଲ ସଂଘ ଓ ସାମ୍ବାଦିକ ସଂଘ ସାମିଲ ହୋଇଛନ୍ତି। ଏହା ପ୍ରଭାବରେ ସହରରେ ଦୋକାନ ବଜାର ସହ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ଗାଡ଼ିମୋଟର ବନ୍ଦ ରହିଛି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ବହୁ ସଂଖ୍ୟାରେ ଯାନବାହନ ଲାଗି ରହିଛି। ଏଥିଯୋଗୁ ବହୁ ଯାତ୍ରୀ ନିଜ ଗନ୍ତବ୍ୟସ୍ଥଳ ଅଭିମୁଖେ ଯାଇ ନ ପାରି ହଇରାଣ ହେଉଛନ୍ତି। ସ୍ଥାନୀୟ ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଦାବିକୁ ରାଜ୍ୟ ସରକାର ଉପେକ୍ଷା କରୁଥିବାରୁ ଏପରି ପଦକ୍ଷେପ ନିଆଯାଇଥିବା ନାଗରିକ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ କୁହାଯାଇଛି।

Odisha Film Award

Leave A Reply

Your email address will not be published.