ବସ୍ତିରେ ପଥଚାରୀଙ୍କ ଉପରେ ଚଢିଗଲା ଟ୍ରକ, ୩ ମୃତ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଉତ୍ତରପ୍ରଦେଶର ବସ୍ତି ଜିଲ୍ଲାରେ କାମ୍‌ କରି ଫେରୁଥିବା ସମୟରେ ଶ୍ରମିକଙ୍କ ଉପରେ ମାଡିଗଲା ଟ୍ରକ। ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୨ଜଣ ଆହତ ହୋଇଥିବା ଜଣାପଡିଛି। ସୂଚନାନୁସାରେ, ବସ୍ତି ଜିଲ୍ଲାର କିଛିଲୋକ ନିକଟରେ କାମ କରି ଫେରୁଥିବା ବେଳେ ଅନିୟନ୍ତ୍ରିତ ହୋଇ ଆସୁଥିବା ଏକ ଟ୍ରକ ଧକ୍କା ଦେଇଥିଲା। ଯାହାଫଳରେ କି ପାଞ୍ଚ ଜଣ ଶ୍ରମିକ ଦୁର୍ଘଟଣାର ଶିକାର ହୋଇଥିଲେ। ତେବେ ଦୁର୍ଘଟଣା ଦ୍ୱାରା ଘଟଣାସ୍ଥଳରେ ୩ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨ଜଣ ଗୁରୁତର ରହିଛନ୍ତି। ସେମାନଙ୍କୁ ଚିକିତ୍ସା ନିମନ୍ତେ ମେଡିକାଲରେ ଭର୍ତ୍ତି କରାଯାଇଛି। ସେଠାରେ ଅନ୍ୟ ୨ଜଣଙ୍କ ଚିକିତ୍ସା ଜାରି ରହିଛି। ତେବେ ମୃତାହତଙ୍କ ପରିଚୟ ହସ୍ତଗତ ହୋଇଛି ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.