ଉତ୍କଳ ଦିବସ କେବେ ଓ କାହିଁକି ପାଳନ ହୁଏ ? ଏହା ପଛର ଇତିହାସ କ’ଣ କହେ ?

0

ଚଳିତ ବର୍ଷ ୮୭ ତମ ଉତ୍କଳ ଦିବସ ପାଳନ କରିବ ଓଡ଼ିଶା । ଏହି ଦିନକୁ ନେଇ ସାରା ରାଜ୍ୟବାସୀ ଉତ୍ସାହିତ ଥିବା ବେଳେ ଗର୍ବର ସହ ଉତ୍କଳ ଦିବସ ପାଳ କରନ୍ତି ପ୍ରତିଟି ଓଡ଼ିଆ । ନିଜକୁ ଓଡ଼ିଆ ଭାବେ ଗର୍ବ ଅନୁଭବ କରନ୍ତି ।

ଅପ୍ରେଲ ୧ ରେ ହିଁ ଓଡିଶା ପାଇଥିଲା ନିଜର ସ୍ୱତନ୍ତ୍ର ପରିଚୟ । ପୂର୍ବରୁ ବିହାରର ଏକ ଅଂଶ ହୋଇ ରହିଥିବା ବେଳେ ୧୯୩୬ ମସିହା ଅପ୍ରେଲ ୧ ରେ ନୂତନ ପ୍ରଦେଶ ଭାବରେ ପ୍ରତିଷ୍ଠା ହୋଇଥିଲା ଓଡିଶା । ତେବେ ସେହି ସମୟରେ ରାଜ୍ୟର ନାମ ରହିଥିଲା ଉତ୍କଳ । ତେଣୁ ଏହାକୁ ଉତ୍କଳ ଦିବସ ଭାବରେ ପାଳନ କରାଯାଏ ।

ଅପ୍ରେଲ ୧ ରେ ଓଡ଼ିଶା ସ୍ୱତନ୍ତ୍ର ଭାଷା ଭିତ୍ତିକ ରାଜ୍ୟର ମାନ୍ୟାତା ପାଇଥିଲା । ଓଡିଶାର ସ୍ୱତନ୍ତ୍ର ପରିଚୟ ଏବଂ ପ୍ରତିଷ୍ଠା ଦିବସକୁ ମନେ ରଖିବା ପାଇଁ ଏହି ଦିନକୁ ପାଳନ କରିଥାନ୍ତି କୋଟି କୋଟି ଓଡିଆ ।

ବିହାର ଅଧୀନରେ ଥିବା ଏହି ପ୍ରଦେଶକୁ ଏକ ସ୍ୱତନ୍ତ୍ର ପରିଚୟ ଦେବାରେ ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ଗୋପବନ୍ଧୁ ଦାଶଙ୍କ ସହିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ପଣ୍ଡିତ ନୀଳକଣ୍ଠ ଦାସ, ଫକୀର ମୋହନ ସେନାପତି, ଗଙ୍ଗାଧର ମେହେର, ସାର୍ ବାସୁଦେବ ସୁଧଳଦେବ, ରାଧାନାଥ ରାୟ, ଭୂବନାନନ୍ଦ ଦାସ, ଏ.ପି ପାତ୍ର ଏବଂ ଆହୁରି ଅନେକ ବୀର ପୁରୁଷ ମୁଖ୍ୟ ଭୂମିକା ନିର୍ବାହ କରିଥିଲେ । ନୂତନ ରାଜ୍ୟ ଭାବେ ଗଢି ଉଠିଥିବା ଓଡିଶା 6 ଜିଲ୍ଲାକୁ ନେଇ ଗଠନ କରାଯାଇଥିଲା । ଏହି ଜିଲ୍ଲାଗୁଡିକ ଥିଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଏବଂ ଗଞ୍ଜାମ । ତେବେ ରାଜ୍ୟର ରାଜଧାନୀ ଥିଲା କଟକ ।

୧୯୩୬ ପୂର୍ବର ଇତିହାସ :

୧୯୩୬ ପୂର୍ବରୁ ଓଡିଶା ସ୍ୱତନ୍ତ୍ର ରାଜ୍ୟ ନଥିଲା । ପଶ୍ଚିମରେ ସମ୍ବଲପୁର ମଧ୍ୟପ୍ରଦେଶ ସହିତ ମିଶିଥିବାବେଳେ ଉତ୍ତରରେ ବାଲେଶ୍ୱରରେ ବଙ୍ଗଳାର ପ୍ରଭାବ, କେତେକ ଅଞ୍ଚଳ ବିହାରରେ , ଦକ୍ଷିଣରେ ଗଞ୍ଜାମ ମାଡ୍ରାସ ରେସିଡେନ୍ସି ଅଧିନରେ ଥିଲା । କିନ୍ତୁ ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳ ମଣି ଗୋପବନ୍ଧୁ ଦାଶ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ବ୍ୟାସକବି ଫକିର ମୋହନ ସେନାପତି, ରାଧାନାଥ ରାୟ, ଗଙ୍ଗାଧର ମେହେରଙ୍କ ପରି ବୀର ପୁତ୍ର ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନ କରିବା ପାଇଁ ସଘଂର୍ଷ କରିଥିଲେ । ଏହି ବୀର ପୁତ୍ରଙ୍କ ସଘଂର୍ଷରେ ୧୯୦୩ ରେ ପ୍ରଥମେ ଗଠନ ହୋଇଥିଲା ଉତ୍କଳ ସମ୍ମିଳନୀ । ଜୋରଦାର ସଂଗ୍ରାମ ପରେ ୧୯୩୬ ମସିହା ଅପ୍ରେଲ ୧ ରେ ଗଠନ ହେଲା ସ୍ୱତନ୍ତ୍ର ଓଡିଶା ପ୍ରଦେଶ ।

SOA post below
Leave a comment