ଅପରେସନ୍ ବେଳେ ଡାକ୍ତର କାଟିଦେଲେ ଖାଦ୍ୟନଳୀ, ମହିଳା ଗୁରୁତର

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଡାକ୍ତରଙ୍କ ଭୁଲ ଚିକତ୍ସା ଯୋଗୁଁ ମହିଳା ଗୁରୁତର ଅଭିଯୋଗ । ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର ସମୟରେ ଖାଦ୍ୟନଳୀ କାଟି ଦେଇଥିବା ଭଳି ସାଂଘାତିକ ଅଭିଯୋଗ ଆସିଛି । ଗୁରୁତର ଅବସ୍ଥାରେ ମହିଳାଙ୍କୁ ବୁର୍ଲା ଭୀମସାରରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ମହିଳାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବାବେଳେ ସେ ବୁର୍ଲାରେ ଚିକିତ୍ସିତ ହେଉଛନ୍ତି ।
ସୂଚନାଯୋଗ୍ୟ ଯେ, ଝାରସୁଗୁଡା ଜିଲ୍ଲା ଲଖନପୁର ବ୍ଲକ କୁହାକୁଣ୍ଡାର ଜିତେନ ଭୋଇଙ୍କ ପତ୍ନୀ ସରିତା ଭୋଇ ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର ପାଇଁ ଲଖନପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସିଥିଲେ । ତେବେ ସେଠାରେ ତାଙ୍କର ଅସ୍ତ୍ରୋପଚାର କରାଯିବା ସମୟରେ ଡାକ୍ତର ଖାଦ୍ୟନଳୀ କାଟି ଦେବାରୁ ଗୁରୁତର ଅବସ୍ଥାରେ ପ୍ରଥମେ ଝାରସୁଗୁଡା ସଦର ମେଡିକାଲ ଓ ପରେ ବୁର୍ଲାରେ ଭର୍ତ୍ତି କରାଯାଇଥିଲା । ତେବେ ଡାକ୍ତରଙ୍କ ଭୁଲ ଯୋଗୁଁ ଏପରି ଘଟଣା ଘଟିଥିବାରୁ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସାଙ୍ଗକୁ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରିବାକୁ ପରିବାର ଲୋକ ଦାବି କରିଛନ୍ତି ।

Sikshaya
Leave A Reply

Your email address will not be published.