ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩% ବୃଦ୍ଧି କଲେ ରାଜ୍ୟ ସରକାର

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ନିକଟରେ କେନ୍ଦ୍ର ସରକାର ସରକାରୀ କର୍ମଚାରୀ ଓ ପେନସନଧାରୀଙ୍କ ପାଇଁ ୩ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଥିବା ବେଳେ ରାଜ୍ୟ ସରକାର ମଧ୍ୟ ସରକାରୀ କର୍ମଚାରୀଙ୍କ ଦରମା ୩ ପ୍ରତିଶତ ବୃଦ୍ଧି କରିଛନ୍ତି । ଆଗାମୀ ସାଧାରଣ ର୍ନିବାଚନ ପୂର୍ବରୁ କର୍ମଚାରୀମାନଙ୍କୁ ମହଙ୍ଗା ଭତ୍ତା ଭେଟି ଦେଇଛନ୍ତି ରାଜ୍ୟ ସରକାର । ସରକାରୀ କର୍ମଚାରୀମାନଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି କରାଯାଇଛି । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ୨୦୧୯ ଜାନୁୟାରୀରୁ ଲାଗୁ ହେବ । ଏ ନେଇ ସୋମବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଧିବଦ୍ଧଭାବେ ଘୋଷଣା କରାଯାଇଛି। ଏଥିରେ ପ୍ରାୟ ୩ ଲକ୍ଷରୁ ଊର୍ଦ୍ଧ୍ୱ ସରକାରୀ କର୍ମଚାରୀ ଉପକୃତ ହେବେ ।

Leave A Reply

Your email address will not be published.